
-
କୋରାପୁଟ ଜିଲ୍ଲାର କୋଟପାଡ଼ରେ ସର୍ବାଧିକ ୧୨୯.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୨୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଏହା ବ୍ୟତୀତ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କୋରାପୁଟ ଜିଲ୍ଲାର କୋଟପାଡ଼ରେ ସର୍ବାଧିକ ୧୨୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୧୧୯.୨ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୧୧୩.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୧୧୦.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡ଼ାରେ ୧୦୮.୦ ମି.ମି., ବଣାଇଗଡ଼ରେ ୧୦୪.୪ ମି.ମି., ଭଦ୍ରକ ଜିଲ୍ଲାର ବନ୍ତରେ ୯୮.୦ ମି.ମି., ବଲାଙ୍ଗିର ଜିଲ୍ଲାର ଅଗଲପୁରରେ ୯୬.୫ ମି.ମି., ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ୯୫.୮ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୯୫.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୯୩.୮ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୯୦.୪ ମି.ମି. ଏବଂ ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୮୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।