
କେନ୍ଦ୍ରାପଡ଼ା– ଜିଲ୍ଲା ପ୍ରଶାସନ ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ନୂଆ ବସଷ୍ଟାଣ୍ଡଠାରୁ ଆରମ୍ଭ ହୋଇଥିବା ଶୋଭାଯାତ୍ରା କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ପର୍ଯ୍ୟନ୍ତ ଯାଇଥିଲା । ପରେ ଦେଶାତ୍ମବୋଧକ ଆଧାରିତ ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅପରାହ୍ନ ୫ ଘଟିକାରେ ଆୟୋଜିତ ଏହି ବିଶାଳ ତ୍ରିରଙ୍ଗା ରାଲିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଲିଲିତା ଦାସ,କେନ୍ଦ୍ରାପଡ଼ା ପୌରପରିଷଦ ଅଧ୍ୟକ୍ଷା ସରିତା ସାହୁ, ଜିଲ୍ଲାପାଳ ରଘୁରାମ ଆର ଆୟାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଡିଓ, ତହସିଲଦାର,କର୍ମଚାରୀ ଏବଂ ସମସ୍ତ ୍ୱର୍ଗର ଜନସାଧାରଣ ସାମିଲ ହୋଇଥିଲେ।