
ଭୁବନେଶ୍ୱର, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ଅନ୍ତର୍ଗତ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ଶ୍ରୀ ସ୍ମୃତି ରଞ୍ଜନ ଦାସଙ୍କର ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ କାରଣରୁ ଦଳର ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇଛି । ତେଣୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀ ସ୍ମୃତି ରଞ୍ଜନ ଦାସଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ଶୃଙ୍ଖଳା କମିଟି ରାଜ୍ୟ ଆବାହକ ଶ୍ରୀ ସୁଦର୍ଶନ ନାୟକ ସୂଚନା ଦେଇଛନ୍ତି ।