
ଭୁବନେଶ୍ୱର– ପଦ୍ମଶ୍ରୀ ବିନୋଦ କୁମାର ପଶାୟତଙ୍କ ବିୟୋଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜସ୍ୱ ମନ୍ତ୍ରୀ କହିଛନ୍ତି ଯେ, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ନାଟ୍ୟକାର, କବି ଓ ସାହିତ୍ୟିକ ବିନୋଦ କୁମାର ପଶାୟତଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।
ରାଜସ୍ୱ ମନ୍ତ୍ରୀ କହିଛନ୍ତି ଯେ, ଦୁଃଖଦ ସମୟରେ ପରିବାର ବର୍ଗଙ୍କୁ ଅସୀମ ସାହସ ଓ ଧୈର୍ଯ୍ୟ ପ୍ରଦାନ କରନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ମାଁ ସମଲେଶ୍ଵରୀଙ୍କ ନିକଟରେ ପ୍ରାର୍ଥନା କରୁଛି।