ଭୁବନେଶ୍ୱର- ବ୍ରହ୍ମପୁର ମେଲକୁଟୁରୁ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୬ ଜଣଙ୍କ ମୃତ୍ୟୁ ଏବଂ ପ୍ରାୟ ୨୫ ଜଣ ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଅନ୍ୟପକ୍ଷରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଓ ଆହତ ମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଘୋଷଣା କରିଛନ୍ତି ।
ଏହି ଘଟଣା ଉପରେ ତଦନ୍ତ ହେବ ଏବଂ ଏଥିପାଇଁ ଯେଉଁ ଅଧିକାରୀ ମାନେ ଦାୟୀ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।