
-
ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
-
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର– ଆଗାମୀ ୫ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ଝାରସୁଗୁଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ମୟୂରଭଞ୍ଜ, ଅନୁଗୁଳ, ଦେବଗଡ଼, ସମ୍ବଲପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୨ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ୨ଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ୨ଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୨୪ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।