
ହରିଚନ୍ଦନପୁର- କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଅନ୍ତର୍ଗତ ଦେବନ୍ଧ ଛକ ନିକଟରେ ଭାରସାମ୍ୟ ହରାଇ ଏକ କାର୍ ଓଲଟି ପଡିବା ଫଳରେ ଦାଦାର ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇଥିବା ଜଣାପଡିଛି ।
ମିଳିଥିବା ସୂଚନା ଅନୁଯାୟୀ, ଆଜି ସଂନ୍ଧ୍ୟାରେ ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଆଟପୁର ଗ୍ରାମର ରତ୍ନାକର ପ୍ରଧାନ ତାଙ୍କ ପୁତୁରାଙ୍କ ସହ କାରରେ କେନ୍ଦୁଝରରୁ ଘରକୁ ବେଳେ ଦେବନ୍ଧ ଛକ ନିକଟରେ କାରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପାଇ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହରିଚନ୍ଦନପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲେ। ହେଲେ ରତ୍ନାକରଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଗୁରୁତର ଆହତ ଶିଶୁର ଚିକିତ୍ସା ଚାଲିଛି। ପୋଲିସ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଁଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଘଟଣାର ତଦନ୍ତ ଚଳାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO