
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,
ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ୨୩ ସେପ୍ଟେମ୍ବର ମଙ୍ଗଳବାର ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ ରାଜ୍ଯ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ l
ଏଥିପାଇଁ ସେପ୍ଟେମ୍ବର ୨୩ ରିଖ ମଙ୍ଗଳବାର ଦିନ ସକାଳ ୧୦ ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ l ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ l
ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ l ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ l
ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନିବେଦନ କରାଯାଇଛି|