
-
ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ
-
ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ
ଭୁବନେଶ୍ୱର, ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି । ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି ।
ନଭେମ୍ବର ୧୧ (ମଙ୍ଗଳବାର) ତାରିଖ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ । ଅନ୍ୟପକ୍ଷରେ ବାମପନ୍ଥୀ ଉଗ୍ରବାଦୀ ପ୍ରବଣ ଅଞ୍ଚଳର ୪୭ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ନଭେମ୍ବର ୧୬ ( ରବିବାର) ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।