ଭୁବନେଶ୍ୱର,ଆଜି ଆମେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ, ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ତାଙ୍କୁ ସ୍ମରଣ କରୁଛୁ। ଜାତି ପ୍ରତି ତାଙ୍କ ଅପରିମିତ ସେବା, ଦୃଢ଼ ଇଚ୍ଛାଶକ୍ତି ଓ ଅଦମ୍ୟ ନେତୃତ୍ୱ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରିତ କରେ। ଜାତୀୟ ଏକତା, ନାରୀ ସଶକ୍ତିକରଣ ଓ ଆତ୍ମନିର୍ଭର ଭାରତ ଗଠନରେ ତାଙ୍କ ଭୂମିକା ଅବିସ୍ମରଣୀୟ।ଆଜି ତାଙ୍କ ସ୍ମୃତିରେ ସମଗ୍ର ଦେଶ ଶ୍ରଦ୍ଧା ସୁମନ ଅର୍ପଣ କରୁଛି ଓ ତାଙ୍କ ଆଦର୍ଶକୁ ସ୍ମରଣ କରୁଛି।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଆଜି ଜୟଦେବ ଭବନ ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁପ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ ବୈଷୟିକ ଶ୍ରୀ ଗୁରୁବିର ସିଂହ, ଉପନିର୍ଦ୍ଦେଶକ( କ୍ଷେତ୍ର ) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଏବଂ ରାଜ୍ୟ ସ୍ତରୀୟ ଇନ୍ଦିରା ଗାନ୍ଧୀ ସ୍ମୃତି ସମିତି, ଭୁବନେଶ୍ୱରର ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେଶ କୁମାର ରାଉତରାୟ, ସାଧାରଣ ସମ୍ପାଦକ ଅମୀୟ କୁମାର ପଟ୍ଟନାୟକ, ସମ୍ପାଦକ ପୃଥ୍ୟୁ ବଲ୍ଲଭ ପଟ୍ଟନାୟକ, ପି ଦେବେନ୍ଦ୍ର ରାୟ, ଦାଶରଥି ସାହୁ, ବସନ୍ତ କୁମାର ମହାରଣା, ନିରଞ୍ଜନ ବେହେରା ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ସ୍ବର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।,
