
ବ୍ରହ୍ମପୁର/ଗଣ୍ଡଳା: ଗଣ୍ଡଳା ସ୍ଥିତ ଗଣେଶ ବିଦ୍ୟାପୀଠର ୬୦ତମ ବାର୍ଷିକ ଉତ୍ସବ ପ୍ରଧାନଶିକ୍ଷକ ଶ୍ରୀ ରାମଚନ୍ଦ୍ର ବିଷୋୟୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବେଲେଶ୍ୱର ମହାବିଦ୍ୟାଳୟ(ବେଲଗାଁ)ର ଇତିହାସ ଅଧ୍ୟାପକ ଶ୍ରୀ ଗୋପାଳ କୃଷ୍ଣ ଜେନା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀ ଲୋକନାଥ ବିଷୋୟୀ ଓ ହିଂଜିଲିକାଟୁ ପ୍ରାଥମିକ ଶିକ୍ଷକ ସଂଘ ସଭାପତି S. ରୁଷିଆ ଯୋଗ ଦେଇ ନିଜ ନିଜ ଭାଷଣରେ କହିଥିଲେ ଯେ ଶିଶୁମନ୍ଦିରରେ ପିଲାଙ୍କୁ ପଢ଼ାଇଲେ ଯେପରି ଅଭିଭାବକ ଦାୟିତ୍ୱ ନେଉଛନ୍ତି ସେହିପରି ସରକାରୀ ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କୁ ଅଭିଭାବକ ମାନେ ଠିକସେ ଦାୟିତ୍ୱ ନେଲେ ନିଶ୍ଚିତ ପିଲାର ଭଲ ପାଠ ହେବ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ଏବଂ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, କର୍ମଚାରୀ ମାନେ ସହଯୋଗ କରିଥିଲେ।
ରିପୋର୍ଟ: ପ୍ରଫୁଲ୍ଲ ସାବତ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO