ଭୁବନେଶ୍ୱର– ଖଡ଼ିଆଳର ମହାରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ବିୟୋଗରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଖଡ଼ିଆଳର ମହାରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ବିୟୋଗ ଖବର ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଓଡ଼ିଶା ଇତିହାସ ଏବଂ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ପ୍ରଶଂସନୀୟ।
ମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପ୍ରିୟଜନଙ୍କ ପ୍ରତି ମୋର ସମବେଦନା ଜଣାଉଛି।
