ଭୁବନେଶ୍ୱର– ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ଲୋକପ୍ରିୟ ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡାଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଦେବ ଜୀଉ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
