ଭୁବନେଶ୍ୱର– ସ୍ବାଧୀନତା ସଂଗ୍ରାମୀ ସ୍ୱର୍ଗତ ପାର୍ବତୀ ଗିରିଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଗୌରବ, ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ୱର୍ଗତ ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି । ନାରୀ ସଶକ୍ତିକରଣ ଏବଂ ସମାଜ ସେବା କ୍ଷେତ୍ରରେ ତାଙ୍କର ଆଦର୍ଶ ଚିରକାଳ ଅମର ରହିବ ।
