ଭୁବନେଶ୍ୱର– ମହାନ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଜୀବନ ସେବା ପ୍ରତି ସମର୍ପିତ, ପ୍ରଚଣ୍ଡ ଦେଶପ୍ରେମ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ ପ୍ରତିଷ୍ଠା ପାଇଁ ସଦା ସ୍ମରଣୀୟ ମହାନ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ।
