ଭୁବନେଶ୍ୱର– ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ଫେବୃଆରୀ ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ସମ୍ଭାବନା ରହିଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୩୦ ତାରିଖ ସକାଳ ସୁଦ୍ଧା (ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଟକ, ନୟାଗଡ଼, ଗଞ୍ଜାମ) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।
ସେହିପରି ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା(ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, ଗଜପତି, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ପୁରୀ) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।
୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା(ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଖୋର୍ଦ୍ଧା, ପୁରୀ) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।
ଅନୁରୂପ ଭାବେ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା (ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ସେହିପରି ୨ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା(କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
