ଭୁବନେଶ୍ୱର– ଘନ କୁହୁଡ଼ି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲାଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ପରବର୍ତୀ ୫ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ଫେବୃଆରୀ ୫ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
