ଭୁବନେଶ୍ୱର– ଗୁରୁବାର ସକାଳେ ରାଜ୍ୟର ୪ ସ୍ଥାନରେ ଘନ କୁହୁଡ଼ି, ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଏବଂ ୪ ସ୍ଥାନରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି ।
ଆଜି ସକାଳେ ଚାନ୍ଦବାଲି, ପାରାଦୀପ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।
ସେହିପରି ପାରଳାଖେମୁଣ୍ଡିରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି ।
ଅନୁରୂପ ଭାବେ ଭୁବନେଶ୍ୱର, ବାରିପଦା, ଭବାନିପାଟଣା ଏବଂ ରାଉରକେଲାରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
