ଭୁବନେଶ୍ୱର– ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ଫେବୃଆରୀ ୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ଫେବୃଆରୀ ୨ ତାରିଖ ସକାଳ ସୁଦ୍ଧା (କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।
ସେହିପରି ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା(ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।
୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା(କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା, କଟକ) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ ।
ଅନୁରୂପ ଭାବେ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା(କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଖୋର୍ଦ୍ଧା) ଜିଲ୍ଲାର କିଛି ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା(କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ପୁରୀ) ଜିଲ୍ଲାର କେତେକ ସ୍ଥାନରେ ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
