ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ କହିଛନ୍ତି ଯେ, ଆଦିବାସୀ ନେତ୍ରୀ ତଥା ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି
