ଭୁବନେଶ୍ୱର, ଆସନ୍ତାକାଲିଠାରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଆଜି ପୂର୍ବାହ୍ନ ୧୧ଟା ୩୦ରେ ସର୍ବଦଳୀୟ ବୈଠକ ଆୟୋଜିତ ହେବାକୁ ଯାଉଛି। ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ।
ଆଗାମୀ ବଜେଟ୍ ଅଧିବେଶନକୁ ସୁଚାରୁ ଭାବେ ଚାଲାଇବା ପାଇଁ ଉଭୟ ଶାସକ ଓ ବିରୋଧୀ ଦଳର ବିଧାୟକମାନଙ୍କ ସହଯୋଗ ଲୋଡ଼ିବେ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଓ ସଦନ ଚାଳନାରେ ସମନ୍ୱୟ ରକ୍ଷା ପାଇଁ ଆଲୋଚନା ହେବା ସମ୍ଭାବନା ରହିଛି।
ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଏବଂ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାର ଅଂଶ ଭାବେ ୨୦ ତାରିଖରେ ୨୦୨୬–୨୭ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
