ଭୁବନେଶ୍ୱର – ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିିତ ହୋଇଯାଇଛି। ସକାଳେ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ରାଜୀବ ଭବନ ପରିସରରେ ଥିବା ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ
ମାଲ୍ୟାର୍ପଣ କରିଥିଲେ। ପରେ ପିସିସି କାର୍ଯ୍ୟାଳୟ ଠାରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା।
ଆଜିର ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ଜୟଦେବ ଜେନା, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ପୃଥିବୀ ବଲ୍ଲଭ ପଟ୍ଟନାୟକ, ପ୍ରକାଶ ଜେନା ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ।
