-
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର– ମଇ ୨୧ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା ଏବଂ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
