ଭୁବନେଶ୍ୱର– ହିଟ୍ ୱେଭ୍ (ଗ୍ରୀଷ୍ମ ପ୍ରବାହ) ନେଇ ୨୧ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ହିଟ୍ ୱେଭ୍ ନେଇ ୨୧ ତାରିଖ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ନୟାଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୭ ଜିଲ୍ଲା (ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ନୟାଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୮ ଜିଲ୍ଲା(ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ନୟାଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୮ ଜିଲ୍ଲା(ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ନୟାଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୮ ଜିଲ୍ଲା(ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୫ ତାରିଖ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ନୟାଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୮ ଜିଲ୍ଲା(ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
