ଭୁବନେଶ୍ୱର– ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ମଇ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କଳାହାଣ୍ଡି, ସୁନ୍ଦରଗଡ଼ ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୨୨ ତାରିଖ ୧୨ ଜିଲ୍ଲା, ୨୩ ତାରିଖ ୧୨ ଜିଲ୍ଲା, ୨୪ ତାରିଖ ୧୨ ଜିଲ୍ଲା ଏବଂ ୨୫ ତାରିଖ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
