
ମାଲକାନଗିରି- ମାଲକାନଗିରି ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ କୁର୍ଷୁୱାଡ଼ା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ରୂପାନ୍ତରିତ କ୍ଲେମ୍ ଟ୍ରିବୁ୍ୟନାଲ ଏଗ୍ରିଡ ପ୍ରୋସେଜୁଏର ସମ୍ପର୍କିତ ଏକ ଆଇନ ସଚେତନତା ଶିବିର ଅନୁÂିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଇନ ସେବା ପ୍ରାଧିକରଣର ସଚିବ ଅମରେଶ ନାୟକ, ଗରାଖୁଂଟା ଗ୍ରାମପଂଚାୟତର ସରପଂଚ ଏରା ପଡିଆମୀ, ସମିତି ସଭ୍ୟା ଭାରତୀ ରୁଞ୍ଜୀ, ଏସଏମସି ଅଧ୍ୟକ୍ଷ ବି. କାମେଶ୍ୱର ରାଓ, ମାଲକାନଗିରି ମହାବିଦ୍ୟାଳୟର ଅଧ୍ୟାପକ ଡଃ. ରଞ୍ଜନ କୁମାର ସ୍ୱାଇଁ ଓ ପ୍ରଧାନଶିକ୍ଷକ ରଞ୍ଜିତ ମିସ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଆଇନସେବା ପ୍ରାଧିକରଣର ସଚିବ ଆଇନ ସେବା ପ୍ରାଧିକରଣର କାର୍ଯ୍ୟକ୍ରମ ଯେପରି ମାଗଣା ଆଇନ ସେବା, ମଧ୍ୟସ୍ଥତା ଓ ଆପୋଷ ମିଳାମିଶା ମାଧ୍ୟମରେ ମାମଲାର ସମାଧାନ ଏବଂ ଜାତୀୟ ଆଇନସେବା ପ୍ରାଧିକରଣ ଦ୍ୱାରା ପ୍ରଦତ ୧୦ଟି ନୂଆ ଯୋଜନା ସମ୍ପର୍କରେ ମଧ୍ୟ ବିସ୍ତୃତ ଆଲୋଚନା କରିଥିଲେ । ତହସିଲଦାର ବିଭିନ୍ନ ରାଜସ୍ୱ ଆଇନ ତଥା ସରକାରଙ୍କ ଦ୍ୱାରା ପ୍ରଦତ ବିଭିନ୍ନ ଜନମଙ୍ଗଳକାରୀ ଯୋଜନା ସମ୍ପର୍କରେ ବିସ୍ତୃତ ଭାବରେ ସଚେତନତା କରିଥିଲେ । ଗରିବ ଲୋକଙ୍କ ନିକଟରେ କିପରି ଆଇନ ସେବା ସଂସ୍ଥାର ବିଭିନ୍ନ ସମାଜ ମଙ୍ଗଳ ସେବା ପହଂଚି ପାରିବ ଏବଂ ଆଇନଜିବୀ ପୋଲିସ ପାରା ଲିଗାଲ୍ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ମାନଙ୍କର ଆଇନ ସଚେତନତା ଓ ଆଇନ ସେବା କାର୍ଯ୍ୟକ୍ରମର ସଫଳ ରୂପାୟନରେ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ସଭାରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା ।
ଏହି କାର୍ଯ୍ୟକ୍ରମରେ ୧୫୦ରୁ ଉଦ୍ଧ୍ୱର୍ ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀ ଉପସ୍ଥିତ ଥିଲେ । ଏହା ସଙ୍ଗେ ସଙ୍ଗେ ଆଇନ ସେବା ପ୍ରାଧିକରଣର କାର୍ଯ୍ୟକ୍ରମ ଯେପରି କିଶୋର ନ୍ୟାୟ ଅଧିନିୟମ, ବାଧ୍ୟତାମୂଳକ ଶିକ୍ଷାଗତ ଅଧିକାର ଅଧିନିୟମ, କନ୍ୟା ସନ୍ତାନର ମହତ୍ୱ, ପ୍ରାକ୍ ଗର୍ଭଧାରଣ ଓ ପ୍ରାକ୍ ପ୍ରସୂତି ନିଦାନ କୌଶଳ (ଲିଙ୍ଗ ଚୟନ ନିଷେଧ) ଅଧିନିୟମ ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ । ପାରିବାରିକ ଘରୋଇ ହିଂସା, ଯୌତୁକ ନିର୍ଯାତନା, ଲିଙ୍ଗ ଚୟନ ଏହିସବୁ କ୍ଷେତ୍ରରେ କିପରି ଜଣେ ମହିଳା ନିଜକୁ ସୁରକ୍ଷା କରିବେ ସେ ସଂକ୍ରାନ୍ତରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ ।