ଭୁବନେଶ୍ୱର– ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ଅର୍ଥାତ୍ ଜୁନ୍ ୧୮ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୧୯ ତାରିଖ ୧୪ ଜିଲ୍ଲା, ୨୦ ତାରିଖ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
