
ଜମ୍ମୁ – ଜମ୍ମୁ -କଶ୍ମୀର ପୁଲୱାମାର ତ୍ରାଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ବୁଧବାର ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ପାଖରୁ ଅସ୍ତ୍ରଶସ୍ତ୍ର ଏବଂ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରାଯାଇଛି । ଏହାପରେ ଘଟଣାସ୍ଥଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।
ସୂଚନା ଅନୁଯାୟୀ ଆତଙ୍କବାଦୀ ପୁଲୱାମାର ତ୍ରାଲରେ ଲୁଚିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମଙ୍ଗଳବାର ରାତିରୁ ସୁରକ୍ଷା କର୍ମୀ ଏବଂ ପୁଲୱାମା ପୁଲିସ ତ୍ରାଲ ଅଂଚଳରେ ଅପରେସନ୍ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଏହି ଗୁଳିବିନିମୟ ବେଳେ ତିନି ଆତଙ୍କବାଦୀ ନିପାତ ହୋଇଛନ୍ତି । ତେବେ ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରିନାହିଁ ।