ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲା(ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ନୂଆପଡା, ଅନୁଗୁଳ, ବୌଦ୍ଧ, କନ୍ଧମାଳ)କୁ ରେଡ୍ ୱାର୍ଣ୍ଣିଂ, ୧୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି)କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡା, ଅନୁଗୁଳ, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଢ଼େଙ୍କାନାଳ, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
