ଭୁବନେଶ୍ୱର– ଆଗାମୀ ୩ ଦିନ ଅର୍ଥାତ୍ ୫ରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ରକୁ ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।
ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି. ତଥା ଏହାର ଝଟକା ୬୫ କି.ମି. ଛୁଇଁପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
