ଭୁବନେଶ୍ୱର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆଜି ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଆୟୋଜିତ ହେବ।
ଭାରତର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ଦିଗରେ ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ସେହି ଯୋଗଜନ୍ମା ରାଷ୍ଟ୍ରନୀତିଜ୍ଞ ଡ଼ଃ ମୁଖାର୍ଜୀଙ୍କ ଆଦର୍ଶ ଆଜି ଆମ ଦେଶର ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରିତ କରିଛି। ଆଜି ଡ଼ଃ ମୁଖାର୍ଜୀଙ୍କ ଜୟନ୍ତୀ ପାଳନ ହେବା ଅବସରରେ ପ୍ରାତଃ ୯.୧୫ ଘଟିକା ସମୟରେ ଭୁବନେଶ୍ୱର ସ୍ଥିତ ସତ୍ସଙ୍ଗ ବିହାର ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ରହିଥିବା ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମାଲ୍ୟାର୍ପଣ କରିବେ।
ସେହିପରି ଭାବେ ସନ୍ଧ୍ୟା ୬.୩୦ ଘଟିକା ସମୟରେ ଜୟଦେବ ଭବନ ଠାରେ ଡ଼ଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ପାଳନ ହେବା ସହ ଆଲୋଚନ ଚକ୍ର ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଶିଷ୍ଟ ସାହିତ୍ୟିକ ତଥା ସମାଜସେବୀ ଶ୍ରୀ ମୁକୁଲ କାନିତ୍କର, ବିଶିଷ୍ଟ ସାହିତ୍ୟିକ ଶ୍ରୀ ସୁଦର୍ଶନ ନାୟକଙ୍କ ସମେତ ବିଶିଷ୍ଟ ବ୍ୟକ୍ତିବିଶେଷ ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ରହି ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଆଲୋଚନ ଚକ୍ରରେ ଅଂଶଗ୍ରହଣ କରିବେ।
