-
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ସର୍ବାଧିକ ୯୦.୦ ମି.ମି. ବର୍ଷା ରେକର୍ଡ ହୋଇଛି ।
ସେହିପରି ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୬୭.୪ ମି.ମି., ରାୟଗଡ଼ା ଜିଲ୍ଲାର ବିଶମକଟକରେ ୫୮.୨ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରରେ ୫୪.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱରରେ ୫୧.୭ ମି.ମି., ଟାଙ୍ଗିରେ ୫୦.୦, ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୪୭.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୪୩.୮ ମି.ମି., ଲହୁଣିପଡ଼ାରେ ୪୨.୬ ମି.ମି., କୁତ୍ରାରେ ୩୯.୨ ମି.ମି., ରାଜଗାଙ୍ଗପୁରରେ ୩୫.୦ ମି.ମି., ଲାଠିକଟାରେ ୨୯.୨ମି.ମି. ଏବଂ ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡାରେ ୨୭.୪ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
