ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୧୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୧୨୬.୦ ମି.ମି., ବାଲେଶ୍ୱର ଜିଲ୍ଲାର ଏନଏଚ-୫ ଗୋବିନ୍ଦପୁରରେ ୧୨୧.୪ ମି.ମି., ଯାଜପୁର ଜିଲ୍ଲାର ବରୀରେ ୧୨୦.୧ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୧୦୧.୧ ମି.ମି., ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ୧୦୦.୭ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୯୦.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଇପୁରରେ ୮୯.୬ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୮୪.୭ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୮୩.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୮୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୮୧.୩ ମି.ମି. ଏବଂ ବାଲିମୁଣ୍ଡଳିରେ ୭୯.୬ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
