
ଭୁବନେଶ୍ୱର – ବ୍ରହ୍ମପୁର ଏସ୍ପି ଅଫିସ୍ ସମ୍ମୁଖରେ ଆତ୍ମାହୁତି ଦେଇଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ହରାଇଛନ୍ତି ।
ଉଲ୍ଲେଖନୀୟ ଯେ ମିନାକ୍ଷୀଙ୍କ ଘର ସାମ୍ନାରେ ଏକ ପାର୍କିଂକୁ ନେଇ ଗଣ୍ଡଗୋଳ କୁ ନେଇ ତାଙ୍କ ପୁଅକୁ ପୋଲିସ ଗିରଫ କରିଥିଲା । ଏହି ଘଟଣାକୁ ନେଇ ମିନାକ୍ଷୀ ଫେବୃଆରୀ ୧୨ରେ ଏସ୍ପିଙ୍କୁ ସାକ୍ଷାତ କରିବାକୁ ଯାଇଥିବାବେଳେ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ MKCG ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କୁ କଟକ ଏସ୍ସିବି ମେଡିକାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା। ଫେବୃଆରୀ ୧୪ରେ ଏସ୍ସିବିରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO