ଭୁବନେଶ୍ୱର– ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡିଶା ସାହିତ୍ୟ ଜଗତର ବିଶିଷ୍ଟ ସାହିତ୍ୟିକ, ସମାଜ ସୁଧାରକ, ବିଦ୍ଵାନ କବି ତଥା ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ତାଙ୍କର ବଳିଷ୍ଠ ଅବଦାନ ପାଇଁ ସେ ସର୍ବଦା ଚିରସ୍ମରଣୀୟ ହେଇ ରହିବେ।
