ଭୁବନେଶ୍ୱର – ପ୍ରତିବର୍ଷ ପରି ଚଳିତ ବର୍ଷ ମହାପ୍ରଭୁ ଶ୍ରୀଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହା ଶିବରାତ୍ରୀ ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଜାତୀୟ ସ୍ତରୀୟ ଭଜନ ସାମରୋହ ଅନୁଷ୍ଠିତ ହେବ । ମୁମ୍ବାଇର ଖ୍ୟାତନାମା କଳାକାର ବାପି ଲାହିର ଓ ତାଙ୍କ ଟିମ୍, ଅନୁରାଧା ପୋଡ଼ୱାଲ, ଆରତୀ ମୁଖାର୍ଜୀଙ୍କ ସହିତ ନିର୍ଦ୍ଦେଶକ ମନ୍ମଥ ମିଶ୍ରଙ୍କ ନିର୍ଦ୍ଦେଶନାରେ ଓଡ଼ିଶାର ୨୫ରୁ ଉର୍ଦ୍ଧ୍ୱ ଖ୍ୟାତନାମା କଳାକାର ଯୋଗଦେବେ ।
ମହାଶିବରାତ୍ରୀ ଦିନ ଲିଙ୍ଗରାଜ ଭଜନ ମଣ୍ଡପରେ ଭୋର ୪ ଘଟିକାରୁ ଶଙ୍ଖଧ୍ୱନି, ବେଦପାଠ, ଶିବ ସହସ୍ର ନାମ, ଭାଗବତ ଗୀତାପାଠ, ଶିବ ଚେତନା, ହରିହର ଭଜନ, ରାମଚରିତ ମାନସ ପାରାୟଣ, ପ୍ରବଚନ ପରେ ସନ୍ଧ୍ୟା ୭ ଘଟିକାରୁ ଭୋର ୫ଟା ପର୍ଯ୍ୟନ୍ତ ଜାତୀୟ ସ୍ତରୀୟ ଭଜନ ସମାରୋହ ହେବ ।
ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ୫-ଟି ସଚିବ ଭି.କେ. ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ ଏବଂ ସଙ୍ଗୀତ ଜଗତର ଖ୍ୟାତନାମା କଳାକାରମାନଙ୍କୁ ସମ୍ମାନୀତ କରାଯିବ ।