ଭୁୁବନେଶ୍ୱର- ଆଜି ପୂର୍ବାହ୍ନରେ ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ଖଇରଚଟା ଗ୍ରାମରେ ପାଳଗଦାରେ ନିଆଁ ଲାଗି ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ସଙ୍କଟାପନ୍ନ ଅବସ୍ଥାରେ ଥିବା ଶିଶୁକୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତକଙ୍କ ମଧ୍ୟରେ ଦୁଇ ପୁଅ ଓ ଜଣେ ଝିଅ ରହିଥିବା ବେଳେ ଅନ୍ୟ ଜଣେ ପୁଅର ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ସମ୍ପ୍ରତି ସେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧିନ ରହିଛି । ଆବଶ୍ୟକ ପଡିଲେ ଅଧିକ ଚିକିତ୍ସା ନିନ୍ତେ ତାଙ୍କୁ ବାହାରକୁ ପଠାଯିବ ବୋଲି ସୂଚନା ମିଳିଛି ।
Related Stories
November 25, 2024