
ନୂଆଦିଲ୍ଲୀ- ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମଙ୍ଗଳବାର ଦିନ ରାଷ୍ଟ୍ରପତି ଭବନ ଠାରେ ଆନୁÂାନିକ ଭାବେ ସ୍ୱାଗତ କରା ଯାଇଥିଲା । ଏହା ପରେ ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କର ପତ୍ନୀ ମେଲୋନିଆ ରାଜଘାଟ ଯାଅ ମହାତ୍ମା ଗାନ୍ଧୀଙ୍କ ସମାଧିରେ ଶ୍ରଦ୍ଧାଂଜଳି ଦେଇଥିଲେ ।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକୀୟ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ସ୍ୱାଗତ କରିଥିଲେ । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ତିନି ସେନାର ଜବାନ ମାନେ ତାଙ୍କୁ ଗାର୍ଡ ଅଫ ଅନର ଦେଇଥିଲେ ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ତାଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରର, ଏନଏସଏ ଅଜିତ ଡୋଭାଲ, ଦିଲ୍ଲୀର ଉପ ରାଜ୍ୟପାଳ ଅନିଲ ବୈଜଲ ଓ ତିନି ସେନାର ମୁଖ୍ୟ ମାନେ ଉପସ୍ଥିତ ଥିଲେ ।