ଭୁବନେଶ୍ୱର– ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖାରେ ଅଧ୍ୟାପକ ଯୋଗ ନଦେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରକାଶ କରିଛନ୍ତି । ଏହାଛଡ଼ା ଏଥର ପରୀକ୍ଷାକୁ କପି ମୁକ୍ତ କରିବା ଲାଗି ସବୁ ସେଂଟରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୩ରୁ ଆରମ୍ଭ ହେବ । ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏପ୍ରିଲ ପ୍ରଥମ ସପ୍ତାହରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ । ମେ ଶେଷ ସପ୍ତାହରେ ବିଜ୍ଞାନ ଓ ଜୁନ ପ୍ରଥମ ସପ୍ତାହରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ସମୀର ଦାଶ କହିଛନ୍ତି ।