
ବ୍ରହ୍ମପୁର: ଆସନ୍ତା ମାସ ୨୮ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସିବେ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନସ କଲେଜକୁ । ଏଠାରେ ଆୟୋଜିତ ହେବାକୁ ଥିବା କଲର ପ୍ରେଜେନଣ୍ଟେସନ କାର୍ଯ୍ୟକ୍ରମରେ ଯୋଗ ଦେବା ର କାର୍ୟ୍ଯ କ୍ରମ ରହିଛ। ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି।ଏନେଇ ବୁଧବାର ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଛତ୍ରପୁରଠାରେ ଅନୁଷ୍ଠିତ ହୋଇଛି । ଏଥିରେ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କ ସମେତ ଆର୍ମି ଏଡି କଲେଜର କମାଣ୍ଡାଣ୍ଟ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।
ରାଷ୍ଟ୍ରପତିଙ୍କ ଗସ୍ତ କିଭଳି ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ ହେବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବା ସହ ସୁରକ୍ଷା ଦୃଷ୍ଟିକୋଣରୁ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ଏଠାରେ ରହିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଙ୍କ ସହ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
