
ଭୁବନେଶ୍ୱର। ଯୁକ୍ତ ଦୁଇ ପରୀକ୍ଷା ଦେଉଥିବା ପରୀକ୍ଷାର୍ଥୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ପଟ୍ଟନାୟକ ଟୁଇଟ କରି କହିଛନ୍ତି ଯେ “ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଦେଉଥିବା ଶିକ୍ଷାର୍ଥୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଶିକ୍ଷାର୍ଥୀମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ ସହ ସଫଳତା କାମନା କରୁଛି।“