ଭୁବନେଶ୍ୱର – ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଆଗାମୀ ତିନି ଦିନ ଧରି ବର୍ଷା ଲାଗି ରହିବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଭାଗର କାର୍ଯ୍ୟାଳୟ ।
କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହି ଥିବା ବେଳେ ୮ ତାରିଖରେ କେବଳ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡ଼ିକ ହେଲା-କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ ।
ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁସାରେ ବଜ୍ରପାତ ନେଇ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଭଦ୍ରକ, କଟକ, ଢେଙ୍କାନାଳ,ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲା । ଏହାସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ସେହିପରି ଶନିବାର ଦିନ ଉପକୂଳବର୍ତୀ ଓଡ଼ିଶାର ଅଧିକାଂଶ ସ୍ଥାନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାବ୍ୟତୀତ ୭ ତାରିଖରେ ଉପକୂଳବର୍ତୀ ଓଡ଼ିଶା ସହ କେନ୍ଦୁଝର,ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।