ଭୁବନେଶ୍ୱର – କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହା ସମେତ ମୁଖ୍ୟ ଶାସନ ସଚିବ , ବିଭିନ୍ନ ବିଭାଗର ପ୍ରମୁଖ ସଚିବ , ଶାସନ ସଚିବ ତଥା ଜିଲ୍ଲା ସ୍ତରରେ ଜିଲ୍ଲାପାଳ ଏବଂ ଜିଲ୍ଲା ପୋଲିସ୍ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣିକୁ ମଧ୍ୟ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଜନସାଧାରଣ ଏହି ସମୟରେ ସେମାନଙ୍କର ଅଭିଯୋଗ ଅନଲାଇନ୍ ରେ ତଥା ଡାକଯୋଗେ ଦାଖଲ କରିପାରିବେ ।
Related Stories
November 24, 2024