ଭୁବନେଶ୍ୱର – କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଠାରୁ ମାର୍ଚ୍ଚ ୩୧ ଯାଏଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବନ୍ଦ ରଖିବାକୁ ନିଷ୍ପତି ହୋଇଛି । ଏହାସହ ଷ୍ଟେଟ୍ ବଟାନିକାଲ ଗାର୍ଡେନ୍ ମଧ୍ୟ ବନ୍ଦ ରହିବ ବୋଲି ନନ୍ଦନକାନନର ଉପ-ନିର୍ଦ୍ଦେଶକ ଶନିବାର ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରିଥିଲେ । କରୋନା ପାଇଁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ସହ ସବୁ ଶିକ୍ଷାନୁଷ୍ଠାନ ମାର୍ଚ୍ଚ ୩୧ ଯାଏଁ ବନ୍ଦ ରହିବ ବୋଲି କହିଥିଲେ । ଏହାସହ ସିନେମା ହଲ୍ ଓ ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିବ ବୋଲି କହିଥିଲେ ।