ଭୁବନେଶ୍ୱର – ୟେସ୍ ବ୍ୟାଙ୍କରେ ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଆସନ୍ତାକାଲି (ଗୁରୁବାର) ଫେରିବ । ଇ-ଟ୍ରାନ୍ସଫର ମାଧ୍ୟମରେ ୟେସ୍ ବ୍ୟାଙ୍କରୁ ଉଠାଇ ଏହି ଟଙ୍କାକୁ ଜାତୀୟକରଣ ବ୍ୟାଙ୍କରେ ରଖାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଆଜି ସଂଧ୍ୟା ୬ଟାରେ ୟେସ୍ ବ୍ୟାଙ୍କ ପୁନଃ କାର୍ଯ୍ୟକ୍ଷମ ହେବ । ଆସନ୍ତାକାଲି ମାଚ୍ୟୁରିଟି ପୂରୁଥିବାରୁ ଟଙ୍କା ଉଠିବ ।
ଉଲ୍ଲେଖଯୋଗ୍ୟ ଯେ ୟେସ୍ ବ୍ୟାଙ୍କ ଦେବାଳିଆ ପରିସ୍ଥିତିକୁ ଆସିଯିବାରୁ ସେଥିରେ ଥିବା ଶ୍ରୀଜଗନ୍ନାଥଙ୍କ ଟଙ୍କା ବୁଡ଼ିଯିବା ଆଶଙ୍କା ସୃଷ୍ଟି ହୋଇଥିଲା । ତେବେ ଜଗନ୍ନାଥଙ୍କ ଟଙ୍କା ସୁରକ୍ଷିତ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଥିଲା ।