ଭୁବନେଶ୍ୱର– କରୋନା ସମୟରେ ରାଜ୍ୟ ବାହାରେ ଫସିଥିବା ଓଡ଼ିଆମାନଙ୍କୁ ସହାୟତା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଟ୍ଟନାୟକ ଅନୁରୋଧ କରିଛନ୍ତି ।
ଶନିବାର ଦିନ ଏକ ଭିଡିଓ ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ରାଜ୍ୟରେ ରହୁଥିବା ଓଡିଆ ସଂଗଠନ ମାନେ ସେଠାରେ ଫସି ରହିଥିବା ଓଡ଼ିଆଙ୍କୁ ଖାଦ୍ୟ, ଔଷଧ ଯୋଗାଇ ଦିଅନ୍ତୁ । ସେ ବାବଦରେ ହୋଇଥିବା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଭରଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଉକ୍ତ ଭିଡିଓ ରେ କହିଛନ୍ତି ।
ସୂଚନାଯୋଗ୍ୟ, କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ୨୨ ଶହ କୋଟିର ପ୍ୟାକେଜ ଘୋଷଣା କରିଥିଲେ । ସେହିପରି ଅନ୍ୟ ରାଜ୍ୟ ଫସି ରହିଥିବା ଓଡିଆଙ୍କୁ ସାହାଯ୍ୟ କରିବା ପାଇଁ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଚିଠି ଲେଖି ଅନୁରୋଧ ମଧ୍ୟ କରିଥିଲେ ।