ଗୌହାଟୀ –ଦିଲ୍ଲୀର ନିଜାମୁଦ୍ଦିନ ଠାରେ ଅନୁଷ୍ଠିତ ହୋଇଥିବା ତବଲିଗି ଜମାତ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଜଣେ ବ୍ୟକ୍ତି ଆସାମର ଉତର ଲଖିମପୁର ଜିଲ୍ଲାରେ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏହା ସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫ରେ ପହଂଚିଛି ।