କେନ୍ଦୁଝର – ସେପ୍ଟେମ୍ବର ମାସ ପାଇଁ କେନ୍ଦୁଝର ଜିଲ୍ଲାପାଳ ଓ ଏସ୍.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ପ୍ରକାଶ ପାଇଛି । ସେପ୍ଟେମ୍ବର ୧୦ ତାରିଖ ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ୍ଠାରେ, ସେପ୍ଟେମ୍ବର ୧୬ ତାରିଖ ସୋମବାର ଦିନ ଯୋଡ଼ା ବ୍ଲକ୍ କାର୍ଯ୍ୟାଳୟଠାରେ, ସେପ୍ଟେମ୍ବର ୨୩ ତାରିଖ ସୋମବାର ଦିନ ବାଂଶପାଳ ବ୍ଲକ୍ କାର୍ଯ୍ୟାଳୟଠାରେ ଏବଂ ସେପ୍ଟେମ୍ବର ୩୦ ତାରିଖ ଦିନ ସୋମବାର ଦିନ ହାଟଡିହି ବ୍ଲକ୍ କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି । ଏହି ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସଂପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ବିହିତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଆଶିଷ ଠାକ୍ରେ ଜିଲ୍ଲାର ସମସ୍ତ ଉପଜିଲ୍ଲାପାଳ, ବିଡିଓ ଏବଂ ତହସିଲ୍ଦାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏତଦ୍ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗ ଶୁଣାଣୀ ସ୍ଥାନମାନଙ୍କରେ ଚିକିତ୍ସା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଶ୍ରମ, ଜଳସେଚନ, ଉଠାଜଳସେଚନ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଯୋଗାଣ ବିଭାଗ, ସମାଜ ମଙ୍ଗଳ ବିଭାଗ, ସାମାଜିକ ସୁରକ୍ଷା ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
Related Stories
June 10, 2023
June 10, 2023
June 10, 2023