
ବ୍ରହ୍ମପୁର: ୨୩ତମ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ତାଙ୍କ ଧର୍ମପତ୍ନୀ, ୨ଭଉଣୀ ମିଶି ଭ୍ରାମ୍ୟମାଣ ମୋବାଇଲ ରକ୍ତ ସଂଗ୍ରହ ଭ୍ୟାନ୍ରେ ରକ୍ତଦାନ କରିଛନ୍ତି । କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟରେ ଲକ୍ ଡାଉନ୍ ଓ ଗଞ୍ଜାମ ଜିଲ୍ଲାରେ ୧୯ଘଣ୍ଟିଆ ସଡ୍ ଡାଉନ୍ ଜାରି ରହିଥିବା ବେଳେ ବହୁ ରୋଗୀ ରକ୍ତ ନପାଇ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ତେଣୁ ନବୀନ ବାବୁଙ୍କ ପରାମର୍ଶକ୍ରମେ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିଧାୟକ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ରକ୍ତଦାନ କରିବା ସହ ତାଙ୍କ ପରିବାର ସଦସ୍ୟଙ୍କୁ ଏଥିରେ ସାମିଲ୍କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । ବିଧାୟକଙ୍କ ଏଭଳି ମହତ୍ୱ କାର୍ଯ୍ୟକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି ।