ରାଉରକେଲା– ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ରାଉରକେଲା ଅଂଚଳର । ସମ୍ପୃକ୍ତ ତିନି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ଜଣେ ୨୩ ବର୍ଷିୟ ଯୁବକ, ଜଣେ ୬୦ ବର୍ଷିୟ ବୃଦ୍ଧ ଏବଂ ଅନ୍ୟ ଜଣେ ୫୭ ବର୍ଷିୟା ମହିଳା ରହିଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।
ଏଥି ସହିତ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ତିନି ଜଣ ପୂର୍ବରୁ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ଜିଲ୍ଲାରେ ତିନୋଟି ସକ୍ରିୟ ମାମଲା ରହିଛି ।